
ନୂଆଦିଲ୍ଲୀ : ଗତ କିଛି ଦିନ ହେଲା ଭାରତରେ ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଇପାରେ ଲାଗିଛି । ଗତ ୨୪ ଘଣ୍ଟାରେ ପ୍ରାୟ ୪୪ ହଜାର ୬୮୪ ନୂଆ ସଂକ୍ରମଣ ସହ ଭାରତରେ ମୋଟ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ୮୭,୭୩,୪୭୯ ରେ ପହଞ୍ଚିଛି ଓ ୫୨୦ ଜଣ ମୃତ୍ୟୁବରଣ କରିଛନ୍ତି । ଏହା ସହ ଦେଶରେ ୨୪ଘଣ୍ଟାରେ ୪୭,୯୯୨ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୁତ୍ରରୁ ମିଳିଥିବା ସୂଚନା ଅନୁସାରେ ଭାରତରେ ମୋଟ ସଂକ୍ରମିତ ସଂଖ୍ୟା ୮୭,୭୩,୪୭୯ରେ ପହଞ୍ଚିଛି । ଏହା ମଧ୍ୟରୁ ୪,୮୦,୭୧୯ ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୧,୨୯,୧୮୮ କୁ ବୃଦ୍ଧି ପାଇଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୮୧,୬୩,୫୭୨ ରେ ପହଞ୍ଚିଛି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍