January 23, 2026

୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୪୨ କରୋନା ରୋଗୀ , ଆଖି ବୁଜିଲେ ୧୪

 

ଭୁବନେଶ୍ୱର:ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୪୨ କରୋନା ରୋଗୀ। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ କେସ ୩୭୪ ଥିବାବେଳେ ଲୋକାଲ କେସ ୨୬୮ ରହିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୧୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି।

ଆଜି କେନ୍ଦୁଝରରୁ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କେନ୍ଦୁଝରରୁ ୭୦ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ତା ପଛକୁ ରହିଛି ନୂଆପଡ଼ା। ଏଠାରୁ ଚିହ୍ନଟ ହୋଇଛନ୍ତ ୬୯ କରୋନା ରୋଗୀ। ସେହିପରି ସୁନ୍ଦରଗଠଡରୁ ୬୬ ଓ ଖୋର୍ଦ୍ଧାରୁ ୬୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଅନ୍ୟ ଜିଲ୍ଲା ମାନଙ୍କରେ ଚିହ୍ନଟ ରୋଗୀ ସଂଖ୍ୟା ୫୦ ତଳେ ରହିଛି।

ଏହାକୁ ମିଶାଇ ରାଜ୍ୟରେ ପଜିଟିଭ ସଂଖ୍ୟା ୩୧୫୨୭୧ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆକ୍ଟିଭ କେସ ରହିଛି ୬,୮୨୧ ଓ ୩,୦୬,୭୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି।

ସେହିପରି  ଆଜି ୧୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୭୧ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

ଆଜି ସମ୍ବଲପୁରରୁ ସର୍ବାଧିକ ୩ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି।

Spread the love