ଭୁବନେଶ୍ୱର: କିଛିଦିନ ତଳେ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଡିପ୍ରେସନ ଦୁର୍ବଳ ହୋଇ ୱେଲ୍ ମାର୍କଡ୍ ଲୋ’ ପ୍ରେସର ଏରିଆ(ଲଘୁଚାପ କ୍ଷେତ୍ର) ପରିଣତ ହୋଇଥିବା ବେଳେ ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।
ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଅକ୍ଟୋବର ୨୯ ଆଡ଼କୁ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ସେହିପରି ଅକ୍ଟୋବର ୨୯ ଯାଏ ରାଜ୍ୟରେ ପାଣିପାଗ କେମିତି ରହିବ ସେନେଇ ପାଣିପାଗ ବିଭାଗ ଆକଳନ କରିଛି। ଅକ୍ଟୋବର ୨୫ରେ ଉପକୂଳ ଓଡ଼ିଶା ଜିଲ୍ଲା ଗୁଡ଼ିକ, କେନ୍ଦୁଝର, ମୟୂରଭଞ୍ଜରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ବାକି ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିପାରେ।
More Stories
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍
ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ
ଲୁଟେରାଙ୍କୁ ଧରିବାକୁ କମିଶନରେଟ ପୋଲିସର ଆଣ୍ଟି ବର୍ଗଲାରୀ ସ୍କ୍ୱାର୍ଡ