
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରେ ପୁଣି ୭୭୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ ସେଣ୍ଟରରୁ ୪୪୬ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୩୩୨ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂତ୍ରରୁ ଜଣାଯାଇଛି।
ଆଜି ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଅନଗୁଳରୁ । ଏଠାରେ ୬୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡରୁ ୬୪ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା, ବାଲେଶ୍ୱରରୁ ୬୧, ମୟୂରଭଞ୍ଜରୁ ୫୮ ଓ କଟକରୁ ୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୩,୩୨୩ ଥିବାବେଳେ ଆକ୍ଟିଭ କେସ୍ ୭୭୪୮ ରହିଛି। ୩,୦୩, ୮୯୭ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଲେଣି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍