July 6, 2025

କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ଆଜି କେନ୍ଦୁଝର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ସ୍ବାସ୍ଥ୍ୟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ପ୍ରାୟ ୪ ଲକ୍ଷ ୨୦ ହଜାର ପରିବାରଏହି ସୁବିଧା ପାଇବେ। କେନ୍ଦୁଝର ସହିତ ରାଜ୍ୟର ୧୩ଟି ଜିଲ୍ଲା ଏହି କାର୍ଯ୍ୟକ୍ରମରେ ସାମିଲ ହେଲା।
ସେହିପରି ମୁଖ୍ୟମନ୍ତ୍ରୀ କେନ୍ଦୁଝର ଜିଲ୍ଲା ପାଇଁ ୧୪୩୩ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । କାର୍ଯ୍ୟକ୍ରମ ଅବସରରେ କେନ୍ଦୁଝରକୁ ଏକ ସମୃଦ୍ଧ ଜିଲ୍ଲା ଭାବରେ ଗଢିବା ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଭଲ ପିଇବା ପାଣି ଉପରେ ଗୁରୁତ୍ବ ଦେଇଆସୁଛନ୍ତି ।
କେନ୍ଦୁଝରର ସବୁ ଗାଁ, ସବୁ ସହର ଓ ସବୁ ପରିବାରକୁ ଡିସେମ୍ବର ୨୦୨୨ ସୁଦ୍ଧା ପାଇପ ପାଣି ସଂଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଜନଜାତି ଭାଇ ଭଉଣୀ ମାନଙ୍କ ରୋଜଗାର ବୃଦ୍ଧି ପାଇଁ ରାଜ୍ୟ ସରକାର ୩୬ କୋଟି ଟଙ୍କାରେ ବୃହତ କୁକୁଡା ପାଳନ ପ୍ରକଳ୍ପ ଆରମ୍ଭ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
Spread the love