March 10, 2026

ଗତ ୨୪ ଘଣ୍ଟା ମଧ୍ୟରେ ୪୮ କରୋନା ପଜିଟିଭ ଚିହ୍ନଟ, ୧୬ ଜଣ ୧୮ ବର୍ଷରୁ କମ୍ ବର୍ଗର

 

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ବଲାଙ୍ଗୀର ଜିଲ୍ଲାରୁ ସର୍ବାଧିକ ୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି  ରାଜ୍ୟରେ ୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ଭଦ୍ରକରୁ ୧ ଜଣ, ବଲାଙ୍ଗୀରରୁ ୯ ଜଣ, କଟକରୁ ୧ ଜଣ, ଗଜପତିରୁ ୭ ଜଣ, ଯାଜପୁରରୁ ୨ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧାରୁ ୬ ଜଣ, ସମ୍ୱଲପୁର ଜିଲ୍ଲାରୁ ୩ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୪୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୭, ୮୭୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୧୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

 

Spread the love