
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩ଟି ଇଣ୍ଡିଆ ରିଜର୍ଭ ବାଟାଲିଅନ ପାଇଁ ୬୬୩ଟି ପଦବୀକୁ ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି।
ଏହି ନୂତନ ପଦବୀ ଗୁଡିକ ହେଲା ଡେପୁଟି କମାଣ୍ଡାଣ୍ଟ-୧, ହାବିଲଦାର ମେଜର-୧୮, ହାବିଲଦାର-୨୩, କନେଷ୍ଟବଳ-୧୫୪, ଇନିସ୍ପେକ୍ଟର (WT)-୧, ସବ୍ଇନିସ୍ପେକ୍ଟର (WT)-୨, ହାବିଲଦାର (WT)-୪, କନେଷ୍ଟବଳ(WT)-୧୩, ହେଡକ୍ଲର୍କ-୧, ମେଡିକାଲ ଅଫିସର-୧, ଫାର୍ମାସିଷ୍ଟ-୨ ଓ ଷ୍ଟାଫ ନର୍ସ-୧ । ଏହିପରି ପ୍ରତ୍ୟେକ ବାଟାଲିଅନରେ ୨୨୧ ଜଣ କର୍ମଚାରୀ ଓ ଅଧିକାରୀ ନିୟୋଜିତ ହେବେ।
ଏହାସହିତ ପ୍ରତ୍ୟେକ ବାଟାଲିଅନରେ ବିଭିନ୍ନ ସହାୟକ କାର୍ୟ୍ୟ ପାଇଁ ୪୪ଟି ପଦବୀ ସୃଷ୍ଟି କରାଯାଇଛି, ଯାହାକି ଆଉଟ ସୋର୍ସିଂ ଜରିଆରେ ପୂରଣ କରାଯିବ। ୩ଟି ବାଟାଲିଅନ ପାଇଁ ୧୩୨ଟି ଆଉଟ ସୋର୍ସିଂ ପଦବୀ ସୃଷ୍ଟି କରାଯାଇଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍