
ଭୁବନେଶ୍ବର: ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବିଜେପି। ଏହି ଦିନ ସାରା ଦେଶରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ ଇନ୍ଦିରା ଗାନ୍ଧୀ। ଏହା ସହ ଦଳ ଅଭିଯୋଗ କରିଛି ଗଣତନ୍ତ୍ର ଏବଂ ଭାରତର ସମ୍ବିଧାନ କଂଗ୍ରେସ ସମୟରେ ସର୍ବାଧିକ କ୍ଷତିଗ୍ରସ୍ତ ଏବଂ ଅପମାନିତ ହୋଇଛି।
ଜୁନ ୨୫ରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରି ଗଣତନ୍ତ୍ରର ହତ୍ୟା କରିଥିଲା କଂଗ୍ରେସ। ବିରୋଧୀ ଦଳଙ୍କୁ ଜେଲରେ ପୁରାଇ ଥିଲେ, ୧୯ ମାସ ଧରି ତାନାଶାହି ଶାସନ ଚଳାଇ ଥିଲେ। କ୍ଷମତା ଖସିବା ଭୟରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ ଇନ୍ଦିରା ଗାନ୍ଧୀ। ନିଜର ସ୍ୱାର୍ଥ ଓ ପଦବୀର ସୁରକ୍ଷା ପାଇଁ ସେ ଏପରି କରିଥିଲେ। ତେବେ ବିଜେପି ଏକ ଦାୟିତ୍ୱସମ୍ପନ ଦଳ ହିସାବରେ ଜୁନ ୨୫କୁ କଳା ଦିବସ ଭାବେ ପାଳନ କରିବ ବୋଲି କୁହାଯାଇଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍