January 23, 2026

ଓଡ଼ିଶାରେ କରୋନା ସ୍ଥିତି : ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୬୧୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୭,୦୯୯ରେ ପହଞ୍ଚିଛି।

ଚିହ୍ନଟ ନୂଆ  ୧,୬୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୯୪୧  ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୭୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୨୨  ପଜିଟିଭ ଚିହ୍ନଟ ହୋଇଛନ୍ତି।

Spread the love