January 24, 2026

ଗଜପତି ସଡକ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

 

ଆର୍‌. ଉଦୟଗିରି : ଗଜପତି ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। ଗଜପତି ଜିଲ୍ଲା ଆର୍ ଉଦୟଗିରି ଠାରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

ଏହି ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଆହତମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମଧ୍ୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Spread the love