
ଭୁବନେଶ୍ୱର: ଆସନ୍ତା ୧୧ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏଥିସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଗାମୀ ୨ରୁ ୩ ଦିନ ମଧ୍ୟରେ ଓଡିଶାର କେତେକ ଅଞ୍ଚଳରେ ପ୍ରବେଶ କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ୧୦ରୁ ୧୪ ତାରିଖ ମଧ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଏହାସହ ସମୁଦ୍ର ଉପକୂଳ ଅଂଚଳରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।
ଏହାସହ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନୂଆପଡ଼ା, ନବରଙ୍ଗରପୁର, ମୟରଭଂଜରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗତକାଲି ମଧ୍ୟ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍