
ଭୁବନେଶ୍ୱର: ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଆଉ ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏହି ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହାସହ ଭର୍ଚୁଆଲ୍ରେ ମୁଖ୍ୟମନ୍ତ୍ରୀ ଅନ୍ୟ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିଛନ୍ତି। ଏହି କ୍ରମରେ ରାଜ୍ୟର ସବୁ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ମହାମାରୀ ସମୟରେ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆଗାମୀ ୨ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରାଯାଇଛି। ଏଠାରେ ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋମିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ। ଏହାସହ ଅନ୍ୟାନ୍ୟ ଜିଲ୍ଲାରେ ବିଭିନ୍ନ ହସ୍ପିଟାଲ୍ରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ ଓ୍ୱାର୍ଡ ସହ ଟିକା ଭଣ୍ଡାର ଗୃହର ଉଦ୍ଘାଟନ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଜଣେ ବି କରୋନା ରୋଗୀ ଯେପରି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ରାଜ୍ୟ ସରକାର କାର୍ଯ୍ୟ କରୁଛନ୍ତି।’ ଏହାସହ ମୁଖ୍ୟମନ୍ତ୍ରୀ ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍