July 12, 2025

ଓଡ଼ିଶାର ୮ ଜିଲ୍ଲାରେ ଲାଗୁ ହେଲା ବାଧ୍ୟତାମୂଳକ ହଲ୍‌ମାର୍କିଂ

 

ଭୁବନେଶ୍ୱର: କେନ୍ଦ୍ର ସରକାରଙ୍କ ପକ୍ଷରୁ ଲାଗୁ ହୋଇଥିବା ବାଧ୍ୟତାମୂଳକ ହଲ୍‌ମାର୍କିଂକୁ ଓଡ଼ିଶାର ୮ଟି ଜିଲ୍ଲାରେ ଲାଗୁ କରାଯାଇଛି। ଏହି ଜିଲ୍ଲା ଗୁଡିକ ହେଲା-ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଯାଜପୁର, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସମ୍ବଲପୁର। ଏହିି ଜିଲ୍ଲା ଗୁଡ଼ିକର ସୁନା ଦୋକାନୀମାନେ କେବଳ ୧୪, ୧୮ ଏବଂ ୨୨ କ୍ୟାରେଟ୍‌ ଯୁକ୍ତ ସୁନା ହିଁ ବିକ୍ରି କରିପାରିବେ।

ସେହିପରି ସୁନା ବ୍ୟବସାୟୀଙ୍କ ପାଇଁ ଅତିରିକ୍ତ ୨୦, ୨୩ ଏବଂ ୨୪ କ୍ୟାରେଟ ସୁନା ଅଳଙ୍କାରକୁ ବି ହଲ୍‌ମାର୍କିଂ ପାଇଁ ଅନୁମତି ମିଳିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଟ୍ୱିଟ୍ କରିଛନ୍ତି। ଶୁଦ୍ଧତାର ଗ୍ୟାରେଣ୍ଟି ଦେଉଥିବା ହଲ୍‌ମାର୍କିଂକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜୁନ୍‌ ୧୭ ତାରିଖଠୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ପର୍ଯ୍ୟାୟ କ୍ରମେ ସାରା ଦେଶରେ ଲାଗୁ କରାଯିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି।
Spread the love