
ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବରଗଡ଼, ଝାରସୁଗୁଡ଼ା, ଅନୁଗୁଳ ଓ ଦେବଗଡ଼ ଆଦି ରହିଛି।
ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ,ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ,ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ,ବୌଦ୍ଧ, କନ୍ଧମାଳ ଓ ସୁବର୍ଣ୍ଣପୁ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହିତ ଆଗାମୀ ୪ଦିନ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ରାୟଗଡ଼ା ଜିଲ୍ଲାରେ ୩୪.୬ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୮.୨ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍