
ପୁରୀ: ତିନି ରଥ ଉପରେ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପରେ ଗଜପତି ମହାରାଜା ମଧ୍ୟ ଶ୍ରୀଜିଉମାନଙ୍କୁ ଦର୍ଶନ କରିଛନ୍ତି । ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ପର୍ବ ‘ଛେରାପହଁରା’ ନୀତି ଅନୁଷ୍ଠିତ ହୋଇଯାଇଛି । ରଥ ଉପରେ ଗଜପତି ମହାରାଜଙ୍କ ଦ୍ୱାରା ଛେରାପହଁରା ନୀତି କରାଯାଇଛି । ଗଜପତି ମହରାଜ ଆଜି ଶ୍ରୀନଅରରୁ ତାମଯାନରେ ଆସି ରଥ ଉପରେ ପହଂଚିଥିଲେ । ସେ ରାଜାବେଶରେ ରଥ ଉପରେ ଛେରାପହଁରା କରିଥିଲେ । ମହାପ୍ରଭୁଙ୍କ ଆଦ୍ୟ ସେବକ ଗଜପତି ମହାରାଜ ପ୍ରଥମେ ତାଳଧ୍ୱଜ ରଥରେ ଚଢ଼ି ସୁବାସିତ ଜଳ ସଂଚନ କରିଥିଲେ । ପରେ ସୁବର୍ଣ୍ଣ ସମାର୍ଜନୀରେ ଛେରାପହଁରା କରିଥିଲେ ।
ଏହା ପରେ ଗଜପତି ମହାରାଜ ତାମଜାନରେ ବସି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଓ ଶେଷରେ ନନ୍ଦିଘୋଷ ରଥକୁ ଯାଇ ଛେରାପହଁରା ନୀତି ସମାପନ କରିବା ପରେ ରଥଟଣା ଆରମ୍ଭ ହେବ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍