April 19, 2025

ଆସନ୍ତା ପାଞ୍ଚ ଦିନ ଧରି ଏହି ସବୁ ଜିଲ୍ଲାରେ ହୋଇପାରେ ବର୍ଷା

 

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ଯୋଗୁ ଆସନ୍ତା ୨୮ ରୁ ୩୧ ତାରିଖ ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ | ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ମୁତାବକ ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ସୁନ୍ଦରଗଡ, ଅନୁଗୁଳ, ପୁରୀ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୨୯ ତାରିଖ ଦିନ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ଝାରସୁଗୁଡ଼ା, ସୋନପୁର, ବରଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

୩୦ ତାରିଖ ଦିନ ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି | ସେହିପରି ଅନୁଗୁଳ, ଦେବଗଡ଼, କେଉଁଝର, ସୋନପୁର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ |

ସେହିପରି ୩୧ ତାରିଖ ଦିନ ନବରଙ୍ଗପୁର, ନୂଆପଡା, ବାଲେଶ୍ୱର, ବରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ | ଆଉ ଏଥିପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Spread the love