September 15, 2025

ଆସନ୍ତା ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

 

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। କେନ୍ଦୁଝର, ମୟୁରଭଞ୍ଜ ଓ କଳାହାଣ୍ଡି ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ ଓ ରାୟଗଡ଼ାା ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହିତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Weather Update: IMD Issues Heavy Rainfall Alert For Odisha; SRC Asks Collectors To Monitor Situation

ସେହିପରି ଅଗଷ୍ଟ ୬ରୁ ୭ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି।

ଏଯାବତ ଗୋପାଳପୁରରେ ୩୪.୪ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ଫୁଲବାଣୀରେ ୧୯.୦ଡିଗ୍ରି  ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

Spread the love