January 24, 2026

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୦୯ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୮

 

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।  ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୮ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୩୧ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୧୮ ଜଣ, କଟକରୁ ୧୧୩ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୮ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୧୩ ଜଣ, କେଉଁଝରରୁ ୮ ଜଣ, ଖୋର୍ଦ୍ଧାରୁ ୧୮୮ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୨ ଜଣ,  ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୨, ୧୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୭, ୦୬୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬, ୯୯୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Spread the love