
ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଜି ଓ ୭ ତାରିଖ ଦିନ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ସାରା ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ଆଜି ରାଜ୍ୟର ୬ ଜିଲ୍ଲାରେ ଅତିପ୍ରବଳ ବର୍ଷାକୁ ନଜରରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ପୁରୀ।
ସେହିଭଳି ପ୍ରବଳ ବର୍ଷା ପାଇଁ ମାଲକାନଗିରି, ରାୟଗଡ଼ା, ଖୋର୍ଧା, କଟକ, ଜଗତସିଂହପୁର, ମୟୂରଭଞ୍ଜ ଓ ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ତାରିଖ ଦିନ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର। ଏହାଛଡ଼ା ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶା ତଥା ତତ୍ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ରହିବାର ସମ୍ଭାବନା ରହିଛି। ତେଣୁ ୬ ଓ ୭ ତାରିଖ ଦିନ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍