July 12, 2025

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ କରାଯିବ

 

ଭୁବନେଶ୍ବର: ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ ସଂପନ୍ନ କରାଯିବ ବୋଲି ଜଣାଯାଇଛି।

ସୂଚନାଯୋଗ୍ୟ, ଗତକାଲି ପ୍ରଖ୍ୟାତ ସାହିତ୍ୟିକ, କବୟିତ୍ରୀ, ସାମ୍ବାଦିକ, ଶିକ୍ଷାବିତ ତଥା ଦୈନିକ ‘ସମାଜ’ର ପୂର୍ବତନ କାର୍ଯ୍ୟକାରୀ ସମ୍ପାଦିକା ଡକ୍ଟର ମନୋରମା ମହାପାତ୍ର (୮୭)ଙ୍କର ପରଲୋକ ଘଟିଛି। ଶନିବାର ଅପରାହ୍ଣ ୫ଟା ୪୫ ସମୟରେ ସେ ଏସସିବି ମେଡିକାଲରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ। କିଛି ଦିନ ହେବ ସେ ଅସୁସ୍ଥ ଥିଲେ। ଶନିବାର ଅପରାହ୍ଣରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ତୁରନ୍ତ ମେଡିକାଲକୁ ନିଆଯାଇଥିଲା। ଅନ୍ତିମ ଶଯ୍ୟା ନିକଟରେ ତାଙ୍କର ବ୍ୟକ୍ତିଗତ ସହାୟକଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ପରଲୋକ ପରେ ତାଙ୍କ ମରଶରୀରକୁ କନିକାଛକସ୍ଥିତ ବାସଭବନରେ ରଖାଯାଇଛି। ତାଙ୍କ ପୁଅ ଓ ଝିଅମାନେ ବିଦେଶରେ ରହୁଛନ୍ତି। ସେମାନେ ଆସିବା ପରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି।

Spread the love