July 6, 2025

ତାରାତାରିଣୀ ମନ୍ଦିରରେ ଭୟଙ୍କର ଅଗ୍ନିକାଣ୍ଡ

 

ଗଞ୍ଜାମ: ଗଞ୍ଜାମର ପ୍ରସିଦ୍ଧ ଶକ୍ତିପୀଠ ତାରାତାରିଣୀ ମନ୍ଦିରରେ ମଙ୍ଗଳବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ମନ୍ଦିରର ଦୀପ ଗୃହରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି। ନବରାତ୍ର ପୂଜା ଚାଲିଥିବା ସମୟରେ ଏହି ଅଘଟଣ ଘଟିଛି। ଫଳରେ ଦୀପ ଗୃହର ଭିତର ପୋଡ଼ି ଯାଇଥିବା ବେଳେ ସବୁ ଦୁଆରବନ୍ଧ କ୍ଷତି ଘଟିଥିବା ସୂଚନା ମିଳିଛି।

ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ଦୀପ ଗୃହରେ ରଖାଯାଇଥିବା ଦୀପରୁ ଏଭଳି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି।

Spread the love