
ଭୁବନେଶ୍ୱର: ଜିଲ୍ଲା ଖଣିଜ ପାଣ୍ଠିର ଟଙ୍କା ହେଉଛି ଲୋକଙ୍କ ଟଙ୍କା। ଏହାର ସବୁ ଟଙ୍କା କେବଳ ଲୋକଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ଭିଡିଓ କନ୍ଫରେନସିଂ ଜରିଆରେ ଆନନ୍ଦପୁରର ସିଂହନାଳୀରେ ୨୪ ମେଗାୱାଟ ବିଶିଷ୍ଟ ବୈତରଣୀ କ୍ଷୁଦ୍ର ଜଳବିଦ୍ୟୁତ ପ୍ରକଳ୍ପର ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ କେନ୍ଦୁଝର ଜିଲ୍ଲାର ଉଭୟ ଦେଶ ଓ ରାଜ୍ୟ ଅର୍ଥନୀତିରେ ବିଶେଷ ଅବଦାନ ରହିଛି।
କେନ୍ଦୁଝରରେ ଏକ ମେଡିକାଲ କଲେଜ ଓ ହସ୍ପିଟାଲ କାର୍ଯ୍ୟ ଆଗେଇ ଚାଲିଥିବାବେଳେ ଜିଲ୍ଲାର ସବୁ ରାସ୍ତାର ଉନ୍ନତିକରଣ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଥିଲେ । ସେହିପରି ମେଗା ପିଇବା ପାଣି ପ୍ରକଳ୍ପରେ ଜିଲ୍ଲାର ସବୁ ଘର ଗାଁ ଓ ସହର ସବୁ ଅଞ୍ଚଳରେ ପାଇପ ପାଣି ଯୋଗାଇ ଦେବା ପାଇଁ କାମ ଚାଲିଛି ବୋଲି ଶ୍ରୀ ପଟ୍ଟନାୟକ ସୂଚନା ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେ ଲୋଅର ବୈତରଣୀ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ହେଉଛି ସବୁଜ ଓ ପୁନଃ ବ୍ୟବହାରକ୍ଷମ ଶକ୍ତି କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ । ଏହା ପରିବେଶ ଅନୁକୂଳ ଏବଂ ଏହି ପ୍ରକଳ୍ପରେ କେହି ଜଣେ ବି ବିସ୍ଥାପିତ ହୋଇନଥିବାରୁ ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ ଏବଂ ଏହିଭଳି ଅନେକ ଛୋଟ ଛୋଟ ଶକ୍ତି ପ୍ରକଳ୍ପ ଦ୍ବାରା ଓଡିଶା ପରିବେଶ ପରିବର୍ତ୍ତନ ଆହ୍ବାନକୁ ଠିକ୍ ଭାବରେ ମୁକାବିଲା କରିପାରିବ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍