March 11, 2026

ବଦଳିଲେ କୋରାପୁଟ ଜିଲ୍ଲାପାଳ

 

ଜୟପୁର: କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ରଙ୍କ ବଦଳି ହୋଇଛି। କଟକ ପିଡି ଡିଆର୍‌ଡିଏ ମହମ୍ମଦ ଅବଦାଲ ଅଖତରଙ୍କୁ ତାଙ୍କ ସ୍ଥାନରେ ନିଯୁକ୍ତି ଦିଆଯାଇଛି। ଆନ୍ଧ୍ରପ୍ରଦେଶର ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତର ୩ଟି ଗାଁରୁ ୧୫ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଘଟଣା ପରେ ମଧୁସୂଦନ ମିଶ୍ରଙ୍କ ବଦଳି ହୋଇଥିବା ଚର୍ଚ୍ଚା ଜୋର ଧରିଛି।

ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ ପାଇଁ କୋରାପୁଟ ଜିଲ୍ଲା କୋଟିଆ ପଞ୍ଚାୟତର ୩ଟି ଗାଁରୁ ୧୫ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଓଡ଼ିଶାର ତଳଗଞ୍ଜେଇପଦରରୁ ସର୍ବାଧିକ ୧୩ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Spread the love