February 16, 2026

ଭକ୍ତ ଦେଖିପାରିବେନି ମହାପ୍ରଭୁଙ୍କ ନାଗାର୍ଜୁନ ବେଶ

ପୁରୀ: ଦୀର୍ଘ ୨୫ ବର୍ଷ ପରେ ଏବର୍ଷ ପଡୁଛି ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ହେଲେ କୋଭିଡ୍ କଟକଣା ପାଇଁ ସାଧାରଣ ଦର୍ଶନ ବନ୍ଦ। ତେବେ ଆସନ୍ତା ମାସ ୨୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ବେଶ ପାଇଁ ଶ୍ରୀମନ୍ଦିର ନୀତି ସବ୍‌କମିଟି ବୈଠକରେ ବେଶ ନୀତି ନିର୍ଘଣ୍ଟ ହୋଇଛି।

ନଭେମ୍ବର ୨୭ ତାରିଖ ରାତି ୨ଟାରେ ଦ୍ୱାର ଫିଟା ପରେ ଠାକୁରଙ୍କ ମଙ୍ଗଳ ଆଳତି, ମଲମ ଆଦି ସାରି ଭୋର ୪ଟାରେ ନାଗାର୍ଜ୍ଜୁନ ବେଶ ଆରମ୍ଭ ହେବ। ଏହି ବେଶରେ ଠାକୁରମାନଙ୍କୁ ସଜେଇବାକୁ ପ୍ରାୟ ୩ ଘଣ୍ଟା ଲାଗିବ ଅର୍ଥାତ୍ ସକାଳ ୭ଟାରେ ବେଶ ଶେଷ ହେବ।

Spread the love