
କଟକ: ମହାନଦୀରୁ ସୁରକ୍ଷିତ ଭାବେ ଉଦ୍ଧାର ପରେ ପ୍ରତିକ୍ରିୟା ରଖିଛନ୍ତି ଅଭିନେତା ଅମ୍ଲାନଙ୍କ ପତ୍ନୀ। ସେ କହିଛନ୍ତି, ଓପାସ ଥିଲା,ତେଣୁ ଦୁର୍ବଳ ଲାଗୁଥିଲା। ମୁଣ୍ଡ ବି ବୁଲାଉଥିଲା। ପୂଜା ସାମଗ୍ରୀ ଗୁଡ଼ିକ ପାଣିରେ ପକାଇବାକୁ ଗଲା ବେଳେ ମୁଣ୍ଡ ବୁଲାଇ ଦେଲା। ଯେହେତୁ ମୁଁ ହାଇ ହିଲ୍ ପିନ୍ଧିଥିଲି, ତେଣୁ ଗୋଡ଼ ଖସିଗଲା ଓ ମୁଁ ନଦୀରେ ପଡ଼ି ଯାଇଥିଲି।’
ସେ ଆହୁରି କହିଛନ୍ତି, ଏହି କଥାକୁ ନେଇ ଗୁଜବ ପ୍ରଚାର କରାଯାଇ ମୋ ପରିବାର ଓ ସ୍ୱାମୀଙ୍କ ବିଷୟରେ କହିବା ଠିକ୍ ନୁହେଁ। ଦୟାକରି ଏଭଳି ଗୁଜବ ପ୍ରଚାର କରନ୍ତୁ ନାହିଁ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍