July 27, 2024

Satya News

odia news channel

ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୭୪ କରୋନା ଆକ୍ରାନ୍ତ

 

ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ବ୍ୟାପକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୧୦୭୪ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୯୪୬ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୪୯୩୩୦ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୩୯୬୧୫ ଜଣ ସୁସ୍ଥ ହୋଇସାରିଛନ୍ତି । ୨୭୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆକ୍ଟିଭ୍ କେସ୍‌ ରହିଛି ୯୪୧୯ ।
Spread the love