October 21, 2025

ବିଜେବି କଲେଜରେ ନବୀକରଣ ଲାଗି ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର,୨୪/୧: ବିଜେବି କଲେଜରେ ନବୀକରଣ ଲାଗି ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ସେଠାରେ ୬୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ଓ ୫୮୫ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟ କୋଠାର ନବୀକରଣ ଯୋଜନା ପ୍ରକଳ୍ପର ମଧ୍ୟ ଶିଳାନ୍ୟାସ କରାଯାଇଛି। ଏଥିସହ ନୂଆ କ୍ୟାଣ୍ଟିନର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ସମେତ ମନ୍ତ୍ରୀ ଅଶୋକ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ।

Spread the love