ଭୁବନେଶ୍ବର,୬/୧: ଜବାହରଲାଲ୍ ନେହରୁ ବିଶ୍ବବିଦ୍ୟାଳୟରେ ଆକ୍ରମଣକୁ ନେଇ ଟ୍ୱିଟ୍ କରି ଉଦବେଗ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀ ପଟ୍ଟନାୟକ କହିଛନ୍ତି, ଗଣତନ୍ତ୍ରରେ ହିଂସାର ସ୍ଥାନ ନାହିଁ। ଏଥିସହ ଏଭଳି ଘଟଣା ନିନ୍ଦନୀୟ ବୋଲି ସେ ଟ୍ୱିଟରେ ଉଲ୍ଲେଖ କରିଛନ୍ତି। ଅଭିଯୁକ୍ତମାନଙ୍କୁ ଧରିବା ଲାଗି ସେ ପୋଲିସକୁ ନିବେଦନ କରିବା ସହ ଆହତ ଛାତ୍ରମାନଙ୍କର ଆରୋଗ୍ୟ କାମନା କରିଛନ୍ତି। ସୂଚନାଯୋଗ୍ୟ, ଦେଶର ଏହି ମର୍ଯ୍ୟାଦାଜନକ ଉଚ୍ଚ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ରବିବାର ସନ୍ଧ୍ୟାରେ ଦୁଇ ଛାତ୍ର ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। କିଛି ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ହଷ୍ଟେଲରେ ପଶି ଛାତ୍ରମାନଙ୍କୁ ପିଟିଥିଲେ। ଆକ୍ରମଣରେ ଜେଏନୟୁ ଛାତ୍ରସଂଘ ସଭାପତି ଆଏଶିି ଘୋଷ ଓ ସାଧାରଣ ସମ୍ପାଦକ ସତୀଶ ଚନ୍ଦ୍ର ଗୁରୁତର ଆହତ ହୋଇଥିଲେ। ଆଏଶିଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବାବେଳେ ଏଥିରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି)ର ହାତ ଅଛି ବୋଲି ଛାତ୍ର ସଂଘ ଅଭିଯୋଗ କରିଥିଲା। ଅପରପକ୍ଷରେ ଏସଏଫଆଇ, ଆଇସା, ଡିଏସଏଫ ସଙ୍ଗଠନର ଛାତ୍ର ସଂଘବଦ୍ଧ ଭାବେ ସେମାନଙ୍କୁ ଆକ୍ରମଣ କରିଥିବା ଏବିଭିପି ଛାତ୍ର ଅଭିଯୋଗ କରିଥିଲା।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍