February 15, 2025

କେଜରିୱାଲଙ୍କୁ ଅଭିନନ୍ଦନର ସୁଅ: ନବୀନଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,ଭୁବନେଶ୍ୱର,୧୨/୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍ ଆଦ୍‌ମୀ ପାର୍ଟି(ଆପ୍‌)ର ବିଜୟ ପରେ ଦଳର ସୁପ୍ରିମୋ ଅରବିନ୍ଦ କେଜରିୱାଲଙ୍କୁ ଅଭିନନ୍ଦନର ସୁଅ ଛୁଟିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, କେରଳ ମୁଖ୍ୟମନ୍ତ୍ରୀ ପିନରାଇ ବିଜୟନ୍‌, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ ମୋହନ ରେଡ୍ଡି, ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ, ଡିଏମ୍‌କେ ନେତା ଏମ୍‌କେ ଷ୍ଟାଲିନ୍ ପ୍ରମୁଖ ବିଭିନ୍ନ ଦଳର ନେତା କେଜରିୱାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆପ୍‌ର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ ଓ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ସେହିପରି ଟ୍ୱିଟ କରି କେଜ୍ରିୱାଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ଆପର ହ୍ୟାଟିକ୍ ବିଜୟ ଓ ଆଗାମୀ ଦିନରେ କାମନା କରି ମୁଖ୍ୟମନ୍ତ୍ରୀ ଶୁଭେଚ୍ଛା ଜଣାଇଛନ୍ତି।

Spread the love