July 27, 2024

Satya News

odia news channel

ଜଗା ଦର୍ଶନ କରୁଛନ୍ତି ସେବାୟତ ପରିବାର ଶ୍ରୀକ୍ଷେତ୍ରରେ ଜଗା ଦର୍ଶନର ଆଜି ତୃତୀୟ ଦିନ

 

ପୁରୀ: ୯ ମାସ ପରେ ଖୋଲିଛି ଶ୍ରୀମନ୍ଦିର। ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ଶ୍ରୀକ୍ଷେତ୍ରରେ ଜଗା ଦର୍ଶନର ଆଜି ତୃତୀୟ ଦିନ। ପ୍ରଥମେ ଶ୍ରୀମନ୍ଦିର ସେବାୟତ ଓ ତାଙ୍କ ପରିବାର ଶ୍ରୀଜିଉଙ୍କ ଦର୍ଶନ କରୁଛନ୍ତି କରୋନା ସ୍ଥିତିରେ ଦର୍ଶନ ଲାଗି ଜାରି ହୋଇଛି ସ୍ୱତନ୍ତ୍ର ଏସ୍ଓପି । ସେବାୟତ ପରିବାରର ଲୋକମାନେ ନିଜ ନିଜର ସ୍ୱାସ୍ଥ୍ୟବୀମା କାର୍ଡ ସାଙ୍ଗରେ ଆଣି ଦର୍ଶନ କରୁଛନ୍ତି। ଏହା ନଥିଲେ ଅନ୍ୟ ପରିଚୟପତ୍ର ଦେଖାଇବାକୁ ପଡ଼ିବ।

ସେହିଭଳି ଆସନ୍ତାକାଲିଠୁ ପୁରୀ ସହରବାସୀଙ୍କ ଦର୍ଶନ ପାଇଁ ଟୋକନ୍ ବ୍ୟବସ୍ଥା ହୋଇଛି। ପ୍ରତି ଓ୍ୱାଡର୍ର୍ ବୁଲି ପୌରପାଳିକା ପକ୍ଷରୁ ପରିବାର ମୁଖ୍ୟଙ୍କ ନାଁରେ ଟୋକନ୍ ବଣ୍ଟା ଯିବ। କେଉଁ ଦିନ କେଉଁ ଓ୍ୱାର୍ଡ ବାସୀ କେତେବେଳେ ଦର୍ଶନ ସୁଯୋଗ ପାଇବେ ସେ ସମୟ ମଧ୍ୟ ଜିଲ୍ଲା ପ୍ରଶାସନ ସ୍ଥିର କରି ସାରିଛି। ଜାନୁଆରୀ ୩ରୁ ପୁରୀ ବାହାରର ଭକ୍ତଙ୍କ ଲାଗି ବାଧ୍ୟତାମୂଳକ କରାଯାଇଛି କୋଭିଡ୍ ନେଗେଟିଭ୍ ରିପୋର୍ଟ। ୬୫ବର୍ଷରୁ ଅଧିକ ଓ ୧୦ବର୍ଷରୁ କମ୍ ପିଲାଙ୍କୁ କରୋନା ସଂକ୍ରମଣ ଦୃଷ୍ଟିରୁ ବର୍ତ୍ତମାନ ସମୟରେ ଦର୍ଶନ ପାଇଁ ବାରଣ କରାଯାଇଛି।

ତେବେ ଶ୍ରୀମନ୍ଦିର ଖୋଲିବା ନେଇ ପ୍ରଶାଓସନ ପକ୍ଷରୁ ଜାରି କରାଗଲା ଏସ୍ଓପି। ନିୟମ ଅନୁସାରେ, ଶ୍ରୀମନ୍ଦିର ଭିତରକୁ ଭୋଗ, ଫୁଲ, ଦୀପ ନେବାକୁ ସଂପୂର୍ଣ୍ଣ ବାରଣ କରାଯାଇଛି। ଏହାସହ ମନ୍ଦିର ପରିସରରେ ଓ ଆନନ୍ଦ ବଜାରରେ ମହାପ୍ରସାଦ ସେବନ ପାଇଁ ମଧ୍ୟ ମନାକରାଯାଇଛି। ଦର୍ଶନ ପାଇଁ ଆସୁଥିବା ପୁରୀ ସହରବାସୀ ଟୋକନ ଆଣି ଆସିବେ। ଟୋକନ ସହ ଆଧାର କାର୍ଡ ବା ଭୋଟର କାର୍ଡ ଆଣି ଆସିବା ମଧ୍ୟ ଜରୁରୀ।

ତେବେ ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଶେଷରେ ଖୋଲିଲା ଶ୍ରୀମନ୍ଦିର।  ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ପୁରୀ ନିବାସୀଙ୍କ ପାଇଁ ମନ୍ଦିର ଖୋଲାଯାଉଛି । କରୋନା କଟକଣା ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ।  ପ୍ରଥମ ତିନି ଦିନ ସେବାୟତଙ୍କ ପରିବାର ଶ୍ରୀଜିଉଙ୍କ ଦର୍ଶନ କରିବେ। ୨୬ ତାରିଖରୁ ୩୧ ତାରିଖ ଯାଏଁ ପୁରୀ ସହରର ସାଧାରଣ ଭକ୍ତ ଦର୍ଶନ କରିପାରିବେ ।

କେଉଁ ଦିନ କେଉଁ ଓ୍ୱାର୍ଡ ବାସୀ କେତେବେଳେ ଦର୍ଶନ ସୁଯୋଗ ପାଇବେ ସେ ସମୟ ମଧ୍ୟ ଜିଲ୍ଲା ପ୍ରଶାସନ ସ୍ଥିର କରି ସାରିଛି । ସେହି ନିର୍ଦ୍ଦିଷ୍ଟ ସମୟରେ ସଂପୃକ୍ତ ଓ୍ୱାର୍ଡର ଲୋକଙ୍କୁ ଆସିବାକୁ କୁହାଯାଇଛି । ଟୋକନ୍ ଦେଖାଇଲେ ପୁରୀବାସୀଙ୍କୁ ମାର୍କେଟ ଛକ ବ୍ୟାରିକେଡ୍ ପ୍ରବେଶ ପଥରେ ଅନୁମତି ମିଳିବ ଓ ପରେ ସେମାନଙ୍କୁ ଆଧାରକାର୍ଡ କିମ୍ବା ଭୋଟ ପରିଚୟପତ୍ର ଦେଖାଇବାକୁ ପଡିବ ।

ସକାଳ ସାଢ଼େ ସାତଟା ପରେ ଦର୍ଶନ ଆରମ୍ଭ ହେବ। ସମସ୍ତେ ବ୍ୟାରିକେଡ୍‌ରେ କେବଳ ସିଂହଦ୍ୱାର ବାଟେ ହିଁ ମନ୍ଦିରରେ ପ୍ରବେଶ କରି ପାରିବେ ବୋଲି କହିଛନ୍ତି ଜିଲ୍ଲାପାଳ । ତେବେ ଜାନୁଆରୀ ୩ରୁ ପୁରୀ ବାହାରର ଭକ୍ତଙ୍କ ଲାଗି ବାଧ୍ୟତାମୂଳକ କରାଯାଇଛି କୋଭିଡ୍ ନେଗେଟିଭ୍ ରିପୋର୍ଟ । ୬୫ବର୍ଷରୁ ଅଧିକ ଓ ୧୦ବର୍ଷରୁ କମ୍ ପିଲାଙ୍କୁ କରୋନା ସଂକ୍ରମଣ ଦୃଷ୍ଟିରୁ ବର୍ତ୍ତମାନ ସମୟରେ ଦର୍ଶନ ପାଇଁ ବାରଣ କରାଯାଇଛି । ଜାନୁଆରୀ ୩ରୁ ଠାକୁରଙ୍କୁ ବଲ୍ଳଭ ଭୋଗ ପରଠୁ ରାତି ପହୁଡ଼ ଯାଏଁ ଦର୍ଶନ କରିବାକୁ ସୁଯୋଗ ମିଳିବ।

Spread the love