February 13, 2026

ଝଡ଼ବର୍ଷା ଓ ବଜ୍ରପାତ ଆଶଙ୍କା ନେଇ ୧୧ ଜିଲ୍ଲାକୁ ସତର୍କ ସୂଚନା

Sky over Witley Court gardens

 

ଭୁବନେଶ୍ୱର: ଆଜି ରାଜ୍ୟରେ କିଛି ସ୍ଥାନରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି। ଏନେଇ ୧୧ ଜିଲ୍ଲାକୁ ୩ ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୁଳ, ଦେବଗଡ଼ ଓ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ ବର୍ଷା। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଚଳିତ ବର୍ଷ ମୌସୁମୀ ବର୍ଷା ପ୍ରାୟ ୯୮% ହେବା ସମ୍ଭାବନା ରହିଛି। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ୯୮% ବର୍ଷା ହେବାର ସମ୍ଭାବନା ରହିଛି। ସାଧାରଣତଃ ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଭାରତରେ ବର୍ଷା ହୋଇଥାଏ। ତେବେ ଚଳିତ ଥର ସ୍ୱାଭାବିକ ବର୍ଷା ହେବାକୁ ଥିବାବେଳେ ଭଲ ଚାଷ ହେବ ଏବଂ ଏହାର ପ୍ରଭାବରେ ଅର୍ଥନୀତି ମଧ୍ୟ ସୁଧୁରିବ ବୋଲି ଆଶା କରାଯାଉଛି।

Spread the love