July 27, 2024

Satya News

odia news channel

ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର

 

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ଅଚିହ୍ନା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଛି। ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ନିକଟରୁ ଅଚିହ୍ନା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଛି।

ମୃତଦେହ ନିକଟରୁ ଛୁରୀ, ଗ୍ଲୋଭସ୍ ମିଳିଛି। ଏ ସବୁକୁ ତଦନ୍ତ ଲାଗି ଫୋରେନସିକ୍ ଟିମ୍ ସଂଗ୍ରହ କରିଛି। ଏହାଛଡ଼ା ମଦ ବୋତଲ ମିଳିଥିବାରୁ ଦୁର୍ବୃତ୍ତମାନେ ମଦ ପିଇବା ପରେ ମହିଳାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି।

Spread the love