July 27, 2024

Satya News

odia news channel

ରାଜରାଜେଶ୍ୱର ବେଶରେ ଦର୍ଶନ ଦେବେ ଶ୍ରୀଜିଉ

 

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣମୀ ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉମାନଙ୍କ ସୁନାବେଶ ଅନୁଷ୍ଠିତ ହେବ ।ପାରମ୍ପରିକ ରୀତିନୀତି ଅନୁସାରେ ଶ୍ରୀଜିଉ ରାଜରାଜେଶ୍ୱର ବେଶରେ ସଜ୍ଜିତ ହେବେ। ଅବକାଶ ନୀତି ପରେ ପୁଷ୍ପାଳକ ସେବାୟତ ଶ୍ରୀଜିଉଙ୍କୁ ବେଶ କରିବେ। ଏହା ମହାପ୍ରଭୁଙ୍କ ସୁନାବେଶ ଅନୁରୂପ ବୋଲି ସେବାୟତଙ୍କ ସୂଚନା ଦେଇଛନ୍ତି।

ଧର୍ମ ମାସ କାର୍ତ୍ତିକର ଶେଷ ଦିନ ଥିବାରୁ ଶ୍ରୀକ୍ଷେତ୍ରର ମହୋଦାଧି ସମେତ ପଞ୍ଚତୀର୍ଥ ପୁଷ୍କରିଣୀରେ ଡଙ୍ଗା ଭସାଇବା ସହ ବୁଡ଼ ପକାଇବା ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥାଏ। ତେବେ କୋଭିଡ୍ କଟକଣା ପାଇଁ ଶ୍ରୀମନ୍ଦିକୁ ଶ୍ରଦ୍ଧାଳୁଙ୍କ ଦର୍ଶନ ବନ୍ଦ ରହିଥିବାରୁ ଏ ବେଶକୁ ଭକ୍ତମାନେ ଦର୍ଶନ କରିପାରିବେ ନାହିଁ। ପର୍ଯ୍ୟଟକ ତଥା ଭକ୍ତଙ୍କ ପ୍ରବଳ ଭିଡକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପୁରୀରେ ୧୫ ପ୍ଲାଟୁନ ଫୋର୍ସ ସହ ଜଣେ ଅତିରିକ୍ତ ଏସପି, ୭ ଜଣ ଡିଏସପି, ୫୦ ଅଫିସର ମୁତୟନ ରହିବେ।

Spread the love