July 27, 2024

Satya News

odia news channel

ରାଜ୍ୟ ପୂର୍ତ୍ତ, ଇସ୍ପାତ ଏବଂ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଓଡ଼ିଶାର ପୁଣି ଜଣେ ମନ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ପୂର୍ତ୍ତ, ଇସ୍ପାତ ଏବଂ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କର ରିପୋର୍ଟ ପଜିଟିଭ୍ ଆସିବା ପରେ ଏନେଇ ସେ ସୂଚନା ଦେଇଛନ୍ତି। ତାଙ୍କର ସଂକ୍ରମଣ ବିଷୟରେ ସୂଚନା ଦେଇ ମଲ୍ଲିକ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରେ ଲେଖିଛନ୍ତି ଯେ, ସେ କୋଭିଡ୍-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତେବେ ସେ ସୁସ୍ଥ ଅଛନ୍ତି। ସେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଗତ କିଛି ଦିନ ମଧ୍ୟରେ ତାଙ୍କ ସହ ଯୋଗାଯୋଗରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରି ସଙ୍ଗରୋଧରେ ରହିବାକୁ ମନ୍ତ୍ରୀ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟର ପ୍ରଥମ ମନ୍ତ୍ରୀ ଭାବେ ସୁଶାନ୍ତ ସିଂହ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେଇଥିଲେ। ତା’ପରେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ବି  କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାଛଡ଼ା ଖାଦ୍ୟ ଯୋଗାଣ ଏବଂ ଉପଭୋକ୍ତା କଲ୍ୟାଣ ମନ୍ତ୍ରୀ ରାଣେନ୍ଦ୍ର ପ୍ରତାପ ସ୍ବାଇଁ, ମହିଳା ଏବଂ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ,  ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଓ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରମୁଖ ବି କରୋନାରେ ସଂକ୍ରମିତ ହୋଇଥିଲେ।

Spread the love