
ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୦୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୪ ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୩୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୦୬୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୯୪୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୧୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୪୩୭୩୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
More Stories
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍
ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ
ଲୁଟେରାଙ୍କୁ ଧରିବାକୁ କମିଶନରେଟ ପୋଲିସର ଆଣ୍ଟି ବର୍ଗଲାରୀ ସ୍କ୍ୱାର୍ଡ