ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଏବଂ ନୂଆପଡା ଜିଲ୍ଲାର ୨ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୧୮୭୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୬୭୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୧୧୨୫୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୭୩୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୯୦୪୫୭୦ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
More Stories
୨ଟି ରାଜ୍ୟର ଅଧ୍ୟକ୍ଷ ଓ ୬ଟି ରାଜ୍ୟର ପ୍ରଭାରୀ ନିଯୁକ୍ତ କଲା ବିଜେପି
କୌଣସି ପ୍ରସଙ୍ଗରେ ବିଜେପିକୁ ସମର୍ଥନ କରିବା ନାହିଁ ବିଜେଡି
ଜୁନ ୨୫କୁ କଳା ଦିବସ ପାଳନ କରିବ ବିଜେପି