 
                ଉଚ୍ଚଶିକ୍ଷା ବିଭାଗ କ୍ୟାଲେଣ୍ଡରରେ ନାହିଁ ଛାତ୍ର ସଂସଦ ନିର୍ବାଚନ
ଏବର୍ଷ ବି ହେବନି ଛାତ୍ର ସଂସଦ ନିର୍ବାଚନ । କ୍ରମାଗତ ଷଷ୍ଠ ଥର ପାଇଁ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ କ୍ୟାମ୍ପସରେ ନିର୍ବାଚନ ନ କରିବାକୁ ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ବାର୍ଷିକ ଶିକ୍ଷା କ୍ୟାଲେଣ୍ଡରରେ ଛାତ୍ର ସଂସଦ ନିର୍ବାଚନ କଥା ଉଲ୍ଲେଖ ନାହିଁ।
ଚଳିତ ଶିକ୍ଷାବର୍ଷରେ ୧୮୦ ଦିନ ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ ଏବଂ ରବିବାର ବ୍ୟତୀତ ୭୨ଟି ଛୁଟି ଦିବସ ରହିଛି । ୨୦୨୪ ମେ’ ୫ରୁ ଜୁନ୍ ୧୯ ମଧ୍ୟରେ ଗ୍ରୀଷ୍ମ ଛୁଟି ହେବ । ୨୦୨୩-୨୪ ଶିକ୍ଷାବର୍ଷରେ ଉଚ୍ଚଶିକ୍ଷା ବିଭାଗ ଅଧୀନ ବିଶ୍ଵବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡ଼ିକରେ ଏକକ ଶିକ୍ଷା କ୍ୟାଲେଣ୍ଡର କଡ଼ାକଡ଼ି ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ପୂଜା ଛୁଟି ଅକ୍ଟୋବର ୨୧ରୁ ୨୮ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ । ତେଣୁ ଏଥିରୁ ସ୍ପଷ୍ଟ ଚଳିତ ବର୍ଷ ମଧ୍ୟ ଛାତ୍ର ସଂସଦ ନିର୍ବାଚନ ନହେବା ସ୍ପଷ୍ଟ ହୋଇଛି। ଛାତ୍ର ସଂସଦ ନିର୍ବାଚନ କରାଇବାକୁ ବିଭିନ୍ନ ରାଜନୈତିକ ଦଳର ଛାତ୍ର ସଂଗଠନ ଦାବି କରି ଆସୁଛନ୍ତି।
ସୂଚନାଯୋଗ୍ୟ ବାତ୍ୟା ତିତିଲି ପାଇଁ ୨୦୧୮ରେ ଅଧାରୁ ଛାତ୍ର ସଂସଦ ନିର୍ବାଚନ ବନ୍ଦ ହୋଇଥିଲା । ତା’ପରେ ନିର୍ବାଚନ ଯୋଗୁଁ କ୍ୟାମ୍ପସରେ ଅଶାନ୍ତି ସୃଷ୍ଟି ହେଉଥିବା ନେଇ ୨୦୧୯ରେ ବିଶ୍ୱ ବିଦ୍ୟାଳୟ କୁଳପତି, ସରକାରୀ ଡିଗ୍ରି କଲେଜ, ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟକ୍ଷମାନେ ଛାତ୍ର ସଂସଦ ନିର୍ବାଚନ ନକରିବାକୁ ସ୍ଥିର ହୋଇଥିଲା ।
୨୦୨୦ରେ କରୋନା ଯୋଗୁ କଲେଜ ଖୋଲିପାରି ନଥିଲା । ୨୦୨୧ରେ କରୋନା ସ୍ଥିତି ଲାଗି ରହିବାରୁ ନିର୍ବାଚନ କରାଯାଇ ନଥିଲା । ସେହିପରି ୨୦୨୨ରେ କରୋନା ସମୟରେ ପ୍ରଭାବିତ ହୋଇଥିବା ପାଠପଢ଼ାରୁ ମୁକୁଳି କ୍ୟାମ୍ପସର ସ୍ଥିତି ଯେପରି ପୂର୍ବବତଃ ଜାରି ରହିବ ତାହାକୁ ନଜରରେ ରଖି ନିର୍ବାଚନ କରିବାକୁ ନିଷ୍ପତ୍ତି ହୋଇଥିଲା ।

 
                                         
                                         
                                         
                                        
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍