April 24, 2026

ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୫ ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର,୧୭/୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସୋମବାର ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫ଟି ପ୍ରସ୍ତାବକୁ କ୍ୟାବିନେଟର ଅନୁମୋଦନ ମିଳିଥିବା ସୂଚନା ମିଳିଛି। ବିଧାନସଭା ବଜେଟ୍‌ ଅଧିବେଶନ ଚାଲୁଥିବାରୁ କ୍ୟାବିନେଟ୍‌ ନିଷ୍ପତ୍ତି ସମ୍ପର୍କିତ କୌଣସି ସୂଚନା ଦିଆଯାଇନି। ସୂତ୍ର ଅନୁଯାୟୀ, କ୍ୟାବିନେଟ୍‌ ବୈଠକ ଅତି ତରବରିଆ ଭାବେ ଡକାଯାଇଥିବାରୁ କୌଣସି ମନ୍ତ୍ରୀଙ୍କୁ କ୍ୟାବିନେଟ୍‌ ଚିଠା ପ୍ରସ୍ତାବ ପ୍ରଦାନ କରାଯାଇନଥିଲା। ବୈଠକରେ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।

Spread the love