January 16, 2025

ଉତ୍ତରପ୍ରଦେଶର ବଡ ଧରଣର ସଡ଼କ ଦୁର୍ଘଟଣା ; କାର ଓଲଟି ୬ ମୃତ

 

ଉତ୍ତରପ୍ରଦେଶ  : ଉତ୍ତରପ୍ରଦେଶର ସିଦ୍ଧାର୍ଥନଗରରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କ ଜୀବନ ଚାଲି ଯାଇଛି। ୪ ଜଣ ଆହତ ମଧ୍ୟ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୁଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାର ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ଅନୁଯାୟୀ, ସିଦ୍ଧାର୍ଥନଗର ସଦର ଥାନା ଅଞ୍ଚଳରେ ବଡୟା ଗାଁ ନିକଟରେ ଏକ କାର ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ କାରରେ ଯାତ୍ରା କରୁଥିବା ୬ ଜଣଙ୍କର ମୃତ୍ୟୁ ହୋଇଛି। ୪ ଜଣ ଆହତ ମଧ୍ୟ ହୋଇଛନ୍ତି। ମୃତାହତମାନେ କପିଳବସ୍ତୁ କୋତବାଲୀ ଅଞ୍ଚଳ ନିକଟର ବାସିନ୍ଦା ବୋଲି ଜଣାପଡ଼ିଛି।

Spread the love