March 10, 2026

ବର୍ଷା ସମ୍ଭାବନା: ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୨/୧: ଶୀତ ପରେ ଏବେ ବର୍ଷାକୁ ନେଇ ଚିନ୍ତା ବଢ଼ିଛି। ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଅନୁମାନ କରାଯାଉଛି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଇଛି। ଏଥିସହ ୮ଟି ଜିଲ୍ଲାରେ କୁଆପଥର ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା କମିବା ପରେ ୫ ତାରିଖ ପରଠାରୁ ଶୀତର ପ୍ରକୋପ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

Spread the love