July 12, 2025

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ ! ୟେଲୋ ଓ ଅରେଞ୍ଜ ୱା‌ର୍ଣ୍ଣିଂ ଜାରି

 

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଦୁଇଟି ଜିଲ୍ଲା ମଧ୍ୟରେ କେନ୍ଦୁଝର ଓ ମୟୂରଭଞ୍ଜ ରହିଛି। ଏହି ଦୁଇଟି ଜିଲ୍ଲାକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ‌ଅରେଞ୍ଜ ୱା‌ର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ସେପ୍ଟେମ୍ବର ୨୯ରୁ ୩୦ ତାରିଖ ମଧ୍ୟରେ ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ‌ଢ଼େଙ୍କାନାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି।

 

 

Spread the love