March 10, 2026

ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ କାମନା କରିଲେ ମୁଖ୍ୟମନ୍ତ୍ରୀ

 

ଭୁବନେଶ୍ବର: କୋଭିଡ ସଂକ୍ରମିତ ହୋଇଥିବା ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ଵଭୂଷଣ ହରିଚନ୍ଦନଙ୍କ ଆଶୁ ଆରୋଗ୍ୟ  କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ନିଜ ଟୁଇଟରରେ ଲେଖିଛନ୍ତି, ଆନ୍ଧ୍ରପ୍ରଦେଶର ମାନ୍ୟବର ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ଵଭୂଷଣ ହରିଚନ୍ଦନ କୋଭିଡ ସଂକ୍ରମିତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ନେଇ ଅବଗତ ହେଲି। ତାଙ୍କର ଆଶୁଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

ସୂଚନାଯୋଗ୍ୟ, ଓଡ଼ିଶାର ବରିଷ୍ଠ ବିଜେପି ନେତା ବିଶ୍ଵଭୂଷଣ ହରିଚନ୍ଦନ୨୦୧୯ ଜୁଲାଇ  ୨୪ ତାରିଖରେ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବରେ ଦାୟିତ୍ବ ଗ୍ରହଣ କରିଥିଲେ।

Spread the love