
ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ | ପାଣିପାଗ ବିଭାଗର ସୂଚନା ମୁତାବକ ଏହି ସବୁ ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେଉଁଝର, ମୟୁରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର |
ସେହିପରି ଆସନ୍ତା ୨୭ ତାରିଖ ସକାଳ ୮ଟା ୩୦ରୁ ୨୮ ତାରିଖ ସକାଳ ୮ଟା ୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, କନ୍ଧମାଳ, ରାୟଗଡା, ମାଲକାନଗିରି ଓ କୋରାପୁଟରେ ଝଡବର୍ଷା ସହ ବଜ୍ରପାତ ହୋଇପାରେ |
୨୮ ତାରିଖ ସକାଳ ୮ଟା ୩୦ରୁ ୨୯ ତାରିଖ ସକାଳ ୮ଟା ୩୦ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ | ତେବେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ କି ଦୁଇଟି ସ୍ଥାନରେ ଅଳ୍ପ ବର୍ଷା ହୋଇପାରେ |
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍