February 14, 2026

ଆସନ୍ତାକାଲି ରାଜ୍ୟରେ ପ୍ରବଳ ବର୍ଷା, ୬ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

 

ଭୁବନେଶ୍ଵର ୧୧।୦୬: ଓଡିଶାରେ ମୌସୁମିର ଆଗମନ ଘଟିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡିଶାର ଅନେକ ଜିଲ୍ଲାରେ ବର୍ଷା ହୋଇଛି। ଅନ୍ୟପଟେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାରି ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା  ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଲଘୁଚାପଜନିତ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଜିଲ୍ଲାଗୁଡିକ ପାଇଁ ରେଡ୍ ଓ୍ଵାର୍ଣ୍ଣିଂ, ୟୋଲୋ ଓ୍ଵାର୍ଣ୍ଣିଂ ଓ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଆସନ୍ତାକାଲି ଅତି ବର୍ଷା ନେଇ ୬ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି  ଜିଲ୍ଲାଗୁଡିକ ହେଉଛି ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ ଓ ଅନୁଗୋଳ ରହିଛି। ଏହି ଜିଲ୍ଲାଗୁଡିକ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ୧୧ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଜିଲ୍ଲାଗୁଡିକ ହେଉଛି ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ। ଏହି ସମୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହି ଭଳି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି ବାଲେଶ୍ଵର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ନୂଆପଡା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି। ପ୍ରବଳ ବର୍ଷାରେ ସହରତଳି ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି। ଚାଳ ଝୁପୁଡି ଘର କ୍ଷତିଗ୍ରସ୍ତ ହେବାର ଆଶଙ୍କା କରାଯାଉଛି।

Spread the love