
ଭୁବନେଶ୍ୱର: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। ରାଜ୍ୟରେ ୨ୟ ଲହର ପ୍ରଭାବ ଏ ଯାଏ କମିନି। ମାଡି ଆସିଲାଣି ତୃତୀୟ ଲହର ଭୟ। ଏପରି ପରିସ୍ଥିତିରେ ସ୍କୁଲ କେବେ ଖୋଲିବ ଜଣା ନାହିଁ। ପିଲାଙ୍କ ପାଠ ପଢାରେ ବ୍ୟାଘାତ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ନବମ ଓ ଦଶମ ଶ୍ରେଣୀର ସିଲାବସ୍ ବି ହ୍ରାସ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଏ ସମ୍ପର୍କରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ୍ ହ୍ରାସ କରାଯିବ। ମନ୍ତ୍ରୀ କହିଥିଲେ, ସ୍କୁଲ ଖୋଲିବା ନିଷ୍ପତ୍ତି ଏ ଯାଏଁ ହୋଇନି। ଅନଲାଇନ୍ରେ ସ୍କୁଲ ପିଲାଙ୍କୁ ପାଠ ପଢ଼ାଯାଉଛି। ଅନଲାଇନ୍ ଶିକ୍ଷା ସବୁ ପିଲାଙ୍କ ପାଖରେ ପହଞ୍ଚିବା ସମ୍ଭବ ନୁହେଁ।
ତେଣୁ ଚଳିତ ବର୍ଷ ବି ସିଲାବସ୍ କମେଇବା ନିଷ୍ପତ୍ତି ହୋଇଛି।
ୟୁଟ୍ୟୁବରେ ଯେଉଁ ବିଷୟ ପଢାଯିବ, ତାହା ବିଦ୍ୟାଳୟର ସମ୍ପୃକ୍ତ ବିଷୟର ଶିକ୍ଷକ ଦେଖିବେ ଏବଂ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରହୁଥିବା ଦ୍ୱନ୍ଦ୍ୱକୁ ଚାଟ୍ ଓ ଭଏସ କଲ୍ ମାଧ୍ୟମରେ ଦୂର କରିବେ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍