September 19, 2024

Satya News

odia news channel

ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର, ମାଲକାନଗିରିର ଦିଦାୟୀ ଜନଜାତିଙ୍କ ଜୀବନଶୈଳୀ ଓ ସଂସ୍କୃତି

 

ଓଡ଼ିଶା ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର, ମାଲକାନଗିରିର ଦିଦାୟୀ ଜନଜାତିଙ୍କ ଜୀବନଶୈଳୀ ଓ ସଂସ୍କୃତି
ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ପ୍ରତ୍ୟେକ ରବିବାର ଦିନ ଦର୍ଶକମାନଙ୍କ ନିମନ୍ତେ ରାଜ୍ୟ ଜନଜାତି ସଂଗ୍ରହାଳୟକୁ ଭର୍ଚୁଆଲ୍‌ ଟୁର୍‌ର ବ୍ୟବସ୍ଥା କରାଯାଇଛି। ଡିସେମ୍ବର ୧୯ ତାରିଖ ଦିନ ଦର୍ଶକମାନେ ଫେସ୍‌ବୁକ୍‌ ଓ ଟୁଇଟର ପେଜ୍‌ ଖୋଲି ମାଲକାନଗିରିର ଦିଦାୟୀ ଜନଜାତିଙ୍କ ଜୀବନଶୈଳୀ ଓ ସଂସ୍କୃତି ସଂପର୍କରେ ଜାଣିପାରିବେ ବୋଲି ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ପ୍ରଫେସର ଅଖିଳ ବିହାରୀ ଓତା ପ୍ରକାଶ କରିଛନ୍ତି ।

Spread the love