
ଭୁବନେଶ୍ବର: କରୋନା କଟକଣା ମଧ୍ୟରେ ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ। । ଏହି ମୌସୁମୀ ଅଧିବେଶନ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ସ୍ୱଳ୍ପ କାଳୀନ ଅଧିବେଶନ ମଧ୍ୟରେ ୮ଟି କାର୍ଯ୍ୟ ଦିବସ ରହିଥିବା ବେଳେ ଆସିବ ୧୨ଟି ବିଲ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ନିବାସରୁ ଅଧିବେଶନରେ ଯୋଡି ହୋଇଛନ୍ତି । ସେହିପରି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏମ୍ସର ଅତିଥି ଭବନରୁ ଅଧିବେଶନ ସହ ଯୋଡି ହୋଇଛନ୍ତି । ଅନ୍ୟମାନେ ଚାହିଁଲେ ବି ଭିଡିଓ କନଫରେନ୍ସିଂ ଜରିଆରେ ଜରିଆରେ ଯୋଡି ହୋଇପାରିବ ବୋଲି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର କହିଛନ୍ତି। ଗୃହ କାର୍ଯ୍ୟ ଆରମ୍ଭରୁ ଦିବଙ୍ଗତ ନେତା ଓ କୋଭିଡ ଯୋଦ୍ଧାମାନଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାଵ ଆଗତ କରାଯାଇଥିବା ବେଳେ ଅଭିଭାଷଣ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ତେବେ ମୌସୁମୀ ଅଧିବେଶନ ପାଇଁ କଡ଼ା ସୁରକ୍ଷା ବଳୟରେ ରହିବ ବିଧାନସଭା। ଏପରିକି ବିଧାନସଭା ଚାରିକଡ଼ ରାସ୍ତାକୁ ନୋ ମ୍ୟାନ୍ସ ଲ୍ୟାଣ୍ଡ ଏରିଆ ଭାବେ ଘୋଷଣା କରାଯାଇଛି। ବିଧାନସଭା ଭିତର, ଧାରଣାସ୍ଥଳ ଓ ଚତୁଃପାର୍ଶ୍ବ ସୁରକ୍ଷା ଦାୟିତ୍ବରେ ୩୫ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ତା ସାଙ୍ଗକୁ ୧୫୦ ଅଫିସର ନିୟୋଜିତ ରହିବେ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍