July 8, 2025

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୧୧୦ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୫୮

 

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨,୧୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨୧୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୯୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ସର୍ବାଧିକ ୪୫୮ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୬ଜଣ, ବାଲେଶ୍ୱରରୁ ୧୬୮ଜଣ, ବରଗଡ଼ରୁ ୧୪ଜଣ, ଭଦ୍ରକରୁ ୭୯ଜଣ, ବଲାଙ୍ଗୀରରୁ ୧୩ଜଣ, ବୌଦ୍ଧରୁ ୧୬ଜଣ, କଟକରୁ ୩୨୩ଜଣ, ଦେବଗଡ଼ରୁ ୫ଜଣ, ଢେଙ୍କାନାଳରୁ ୩୫ଜଣ, ଗଜପତିରୁ ୧୧ଜଣ, ଗଞ୍ଜାମରୁ ୧୬ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୯୨ ଜଣ, ଝାରସୁଗୁଡ଼ାରୁ ୧୦ ଜଣ, କଳାହାଣ୍ଡିରୁ ୭ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୧୩୨ଜଣ, କେଉଁଝରରୁ ୬୬ ଜଣ, ଖୋର୍ଦ୍ଧାରୁ ୪୫୮ ଜଣ, କୋରାପୁଟରୁ ୧୯ଜଣ, ମାଲକାନଗିରିରୁ ୨୨ଜଣ, ମୟୁରଭଞ୍ଜରୁ ୯୯ ଜଣ, ନବରଙ୍ଗପୁରରୁ ୧୦ ଜଣ, ନୟାଗଡ଼ରୁ ୭୪ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୧୩ ଜଣ, ରାୟଗଡ଼ାରୁ ୨୯ଜଣ, ସମ୍ୱଲପୁରରୁ ୧୯ଜଣ, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟ ପୁଲରୁ ୮୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯,୩୯,୭୫୨ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୪୭,୮୫୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୨, ୨୯୯ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

Spread the love