ଭୁବନେଶ୍ବର: ଡିସେମ୍ବର ୨୦ (ସୋମବାର) ଠାରୁୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା। ଭୁବନେଶ୍ବର ବିମାନବନ୍ଦରରେ ଏହି କାର୍ଯ୍ୟକ୍ରମର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ୫ ଟି ଜିଲ୍ଲାର ରୋଗୀଙ୍କ ଚିକିତ୍ସା ପାଇଁ ଏହି ସେବା ଆରମ୍ଭ ହେବ ।
ଗୁରୁତର ରୋଗୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏୟାରଲିଫ୍ଟ କରାଯାଇ ଅଣାଯିବ । କଳାହାଣ୍ଡି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ ଏହା ପ୍ରଥମେ କାର୍ଯ୍ୟକାରୀ ହେବ ବୋଲି ଆଜି ସମ୍ବଲପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଏହା ସୂଚନା ଦେଇଛନ୍ତି।
More Stories
୨ଟି ରାଜ୍ୟର ଅଧ୍ୟକ୍ଷ ଓ ୬ଟି ରାଜ୍ୟର ପ୍ରଭାରୀ ନିଯୁକ୍ତ କଲା ବିଜେପି
କୌଣସି ପ୍ରସଙ୍ଗରେ ବିଜେପିକୁ ସମର୍ଥନ କରିବା ନାହିଁ ବିଜେଡି
ଜୁନ ୨୫କୁ କଳା ଦିବସ ପାଳନ କରିବ ବିଜେପି