
ସୁନ୍ଦରଗଡ ୪।୭: ଯୁବକଙ୍କୁ ମାରି ଫିଙ୍ଗିଦେଲେ ଦୁର୍ବୃତ୍ତ । ବାଇପାସ୍ ନିକଟରୁ ଉଦ୍ଧାର ହେଲା ମୃତଦେହ । ଏଭଳି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ ଟାଉନ ଥାନା ଅନ୍ତର୍ଗତ ଷଡଙ୍ଗୀ ପେଟ୍ରୋଲ ପମ୍ପ୍ ବାଇପାସ୍ ନିକଟରେ ।
ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ଷଡଙ୍ଗୀ ପେଟ୍ରୋଲ ପମ୍ପ୍ ବାଇପାସ୍ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ଟାଉନ ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି । ଯୁବକଙ୍କ ପରିଚୟ ମିଳିନଥିବା ବେଳେ ଯୁବକଙ୍କୁ କେହି ହତ୍ୟା କରି ଏଠାରେ ଆଣି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍